fbpx

‘ଭିସୁଟ’ର ୨୫ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ

ସମ୍ବଲପୁର, ୨୭ା୨ (ଓଡିଶା ଭାସ୍କର): ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ)ର ୨୫ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଦିନ ଭିତରେ ୩ଟି ହଷ୍ଟେଲରୁ ୨୫ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୬ ଜଣ ଛାତ୍ରଛାତ୍ରୀ ଅନ୍ୟତ୍ର ହଷ୍ଟେଲରେ ରହି ଚିକିତ୍ସିତ ହେଉଛନ୍ତି । ତେଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନକୁ ନ ଆସିବାକୁ କୁଳପତି ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଦେଶର ୫ଟି ରାଜ୍ୟରେ କରୋନାର ପୁଣି ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ତେଣୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ କଟକଣା ମାନି ଚଳିବାକୁ କୁହାଯାଇଛି ।

Get real time updates directly on you device, subscribe now.