ଦେଶରେ ଆଜି ୨୫୪୨ ଜଣଙ୍କ ମୃତ୍ୟୁ, ୭୦ ହଜାର ପଜିଟିଭ୍

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୫୪୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୭୯ ହଜାର ୫୭୩କୁ ବୃଦ୍ଧି ପାଇଛି । ଦିନକରେ ୬୨ ହଜାର ୨୨୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୬ ଲକ୍ଷ ୩୩ ହଜାର ୧୦୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬୫ ହଜାର ୪୩୨ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୩ ଲକ୍ଷ ୮୮ ହଜାର ୧୦୦ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୬ କୋଟି ୧୯ ଲକ୍ଷ ୭୨ ହଜାର ୧୪ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Comments
Loading...