fbpx

ରାଜ୍ୟରେ ଆଜି ୨,୫୪୨ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

Advertisement

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । । ଏହା ମଧ୍ୟରେ ଆଜି ପୁଣି ୨ ହଜାର ୫୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୦୮୪ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯,୦୦,୨୮୨ ରହିଥିବା ବେଳେ ୨୭ ହଜାର ୫୮୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.