fbpx

କରୋନାର ତାଣ୍ଡବ ଜାରି: ୨୫୭ ମୃତ, ୫୯ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୬ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୫୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୪୯କୁ ବୃଦ୍ଧି ପାଇଛି । ଦିନକରେ ୫୯ ହଜାର ୧୧୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୩୪ ହଜାର ୫୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୧ ହଜାର ୬୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ରେ ପହଞ୍ଚିଛି । ୫ କୋଟି ୫୫ ଲକ୍ଷ ୪ ହଜାର ୪୪୦ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.