fbpx

ଆଜି ପୁଣି ୩ ଲକ୍ଷ ଟପିଲା ପଜିଟିଭଙ୍କ ସଂଖ୍ୟା: ୨୬୨୪ ଜଣଙ୍କ ମୃତ୍ୟୁ, ୩.୪୬ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୨୪ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୬୨୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୪୬ ହଜାର ୭୮୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ ହଜାର ୪୮୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ୫୨ହଜାର ୯୪୦ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ରେ ପହଞ୍ଚିଛି । ୧୩ କୋଟି ୮୩ ଲକ୍ଷ ୭୯ହଜାର ୮୩୨ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.