fbpx

ରାଜ୍ୟରେ ଆଜି ୨୬୩ ପଜିଟିଭ୍ ଚିହ୍ନଟ, ୪ ମୃତ

ଭୁବନେଶ୍ୱର,୨୯।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୬୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୦୦୧ କୁ ବୃଦ୍ଧି ପାଇଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୪ ହଜାର ୩୯୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୬୮ କୁ ବୃଦ୍ଧି ପାଇଛି । ବାଲେଶ୍ୱର, କଳାହାଣ୍ଡି, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.