fbpx

ଭୁବନେଶ୍ୱରେ ପୁଣି ୨୬୭ ପଜିଟିଭ୍

ଭୁବନେଶ୍ୱର,୧୪ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୧ ଓ ସ୍ଥାନୀୟ ଅଞ୍ଚଳରୁ ୧୯୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୪୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୬ ହଜାର ୨୮୩ କୁ ବୃଦ୍ଧି ପାଇଛି ।

ମୋଟ ୨୬ ହଜାର ୨୮୩ ପଜିଟିଭ ମଧ୍ୟରୁ ୧୨୩ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୨ ହଜାର ୮୬୭ ଜଣ ସୁସ୍ଥ ଓ ୩,୨୭୨ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.