fbpx

୨୪ଘଣ୍ଟାରେ ୨୬,୫୦୬ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୦ା୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୯୩,୮୦୨ ଥିବା ବେଳେ ମୃତ୍ୟୁ ସଂଖ୍ୟା ୨୧,୬୦୪ ରହିଛି । ସେହିପରି ଗତ ୨୪ଘଣ୍ଟାରେ ୨୬,୫୦୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ୪୭୫ଜଣଙ୍କର ମୃତ୍ୟୁ ଘଟିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୪,୯୫,୫୧୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବିଭିନ୍ନ ହସ୍ପିଟାଲରେ ୨,୭୬,୬୮୫ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.