fbpx
BJD SKY
BJD SKY

କରୋନା ମୃତ୍ୟୁସଂଖ୍ୟା ୨୭.୧୨ ଲକ୍ଷରେ ପହଞ୍ଚିଲା

BJD

ନୂଆଦିଲ୍ଲୀ, ୨୦ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୭ ଲକ୍ଷ ୧୨ ହଜାର ୬୪୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୨୮ ଲକ୍ଷ ୭୧ ହଜାର ୧୯୮କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୯୦ ଲକ୍ଷ ୨୭ ହଜାର ୮୦୭ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୧୧ ଲକ୍ଷ ୩୦ ହଜାର ୭୪୯ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୯ ହଜାର ୩୩୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୫୪ ହଜାର ୧୦୪ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.