fbpx

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୩ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨୭କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୨୭ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୯, ଭୁବନେଶ୍ୱରରୁ ୮, ଭଦ୍ରକରୁ ୪, ସୁନ୍ଦରଗଡରୁ ୨, ଗଞ୍ଜାମରୁ ୨, କୋରାପୁଟ ଓ କେନ୍ଦ୍ୁଝରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୩ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୩୯୨ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.