fbpx

ଦେଶରେ ଆଜି କରୋନାରେ ୨୭୧୩ ଜଣଙ୍କ ମୃତ୍ୟୁ, ୧.୩୨ ଲକ୍ଷ ପଜିଟିଭ୍

ଦେଶରେ କରୋନାର ପ୍ରକୋପ ଜାରି ରହିଛି । ତେବେ ଗତ କିଛି ଦିନ ଧରି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୧୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୩୨ ହଜାର ୩୬୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୫ ଲକ୍ଷ ୭୪ ହଜାର ୩୫୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ୩୫ ହଜାର ୯୯୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୬୫ ଲକ୍ଷ ୯୭ ହଜାର ୬୫୫ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୨ କୋଟି ୪୧ ଲକ୍ଷ ୯ ହଜାର ୪୪୮ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.