fbpx

ବଢ଼ିଲା କରୋନା: ୨୭୫ ମୃତ, ୪୭ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୪ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୪୪୧କୁ ବୃଦ୍ଧି ପାଇଛି । ଦିନକରେ ୪୭ ହଜାର ୨୬୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୩୪ ହଜାର ୫୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୮ ହଜାର ୪୫୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୨ ଲକ୍ଷ ୫ ହଜାର ୧୬୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.