fbpx

ଆଜି ପୁଣି ୩ ଲକ୍ଷ ଟପିଲା ପଜିଟିଭଙ୍କ ସଂଖ୍ୟା: ୨୭୬୭ ଜଣଙ୍କ ମୃତ୍ୟୁ, ୩.୪୯ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୨୫ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୬୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୨ ହଜାର ୩୧୧କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୪୯ ହଜାର ୬୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୯ ଲକ୍ଷ ୬୦ ହଜାର ୧୭୨କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଲକ୍ଷ ୮୨ ହଜାର ୭୫୧ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୪୦ ଲକ୍ଷ ୮୫ ହଜାର ୧୧୦ରେ ପହଞ୍ଚିଛି । ୧୪ କୋଟି ୯ ଲକ୍ଷ ୧୬ ହଜାର ୪୧୭ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.