ନୂଆଦିଲ୍ଲୀ, ୨୭ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୭୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୭ ହଜାର ୮୯୪କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୨୩ ହଜାର ୧୪୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ ହଜାର ୩୦୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୮୨ ହଜାର ୨୦୪୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୪୫ ଲକ୍ଷ ୫୬ ହଜାର ୨୦୯ରେ ପହଞ୍ଚିଛି । ୧୪ କୋଟି ୫୨ ଲକ୍ଷ ୭୧ ହଜାର ୧୮୬ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।