fbpx

କରୋନାରେ ୨୭୯ ମୃତ, ୧୮ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୭ା୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୭୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୮ ହଜାର ୭୩୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୬୨୨କୁ ବୃଦ୍ଧି ପାଇଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୧ ଲକ୍ଷ ୮୭ ହଜାର ୮୫୦କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୯୭ ଲକ୍ଷ ୬୧ ହଜାର ୫୩୮ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ୨ ଲକ୍ଷ ୭୮ ହଜାର ୬୯୦ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.