fbpx

ବିଶ୍ୱରେ ବଢ଼ୁଛି କରୋନାର ଲହରୀ: ମୃତ୍ୟୁସଂଖ୍ୟା ୨୮.୮୫ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୭ା୪ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୮ ଲକ୍ଷ ୮୫ ହଜାର ୨୭୮ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ କୋଟି ୩୦ ଲକ୍ଷ ୯ ହଜାର ୫୫୧କୁ ବୃଦ୍ଧି ପାଇଛି । ମୋଟ ୧୦ କୋଟି ୭୨ ଲକ୍ଷ ୫୪ ହଜାର ୩୩୭ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୨୮ ଲକ୍ଷ ୬୯ ହଜାର ୯୩୬ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୯ ହଜାର ୩୮୬ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୭୦ ହଜାର ୨୫୯ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.