fbpx

ଓଡିଶାରେ କରୋନା ନେଲା ୨୮ ଜୀବନ, ଜାଣନ୍ତୁ କେଉଁଠୁ?

AAKASH

ଭୁବନେଶ୍ୱର(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୮ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୪୮୪କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ଅନୁଗୁଳ ଓ କେନ୍ଦ୍ରାପଡାରୁ ୩ ଜଣ ଲେଖାଏଁ, ରାୟଗଡା, ପୁରୀ ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ଗଜପତି, ଗଞ୍ଜାମ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଅନ୍ୟପଟେ ରାଜ୍ୟରେ ଆଜି ୧୨ ହଜାର ୮୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭ ହଜାର ୧୯୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୬୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୯୨,୩୮୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୧୧,୮୬୨ ଥିବା ବେଳେ ୫,୭୭,୯୮୩ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.