fbpx

ଭୁବନେଶ୍ୱରରୁ ଆଜି ୨୮୧ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

Advertisement

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୨୮୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୧୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୩୭୪ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୮୯ ହଜାର ୪୬୬ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୮୭ ହଜାର ୬୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୩୧୭ ଜଣ ଚିକିତ୍ସିତ ହେଉଥିବା ବେଳେ ୪୪୦ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.