fbpx

ଭୁବନେଶ୍ୱରେ ପୁଣି ବାହାରିଲେ ୨୮୧ ପଜିଟିଭ୍

ଭୁବନେଶ୍ୱର,୧୩ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୨୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୯ଓ ସ୍ଥାନୀୟ ଅଞ୍ଚଳରୁ ୧୯୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୬ ହଜାର ୦୧୬ କୁ ବୃଦ୍ଧି ପାଇଛି ।

ମୋଟ ୨୬ ହଜାର ୦୧୬ ପଜିଟିଭ ମଧ୍ୟରୁ ୧୨୨ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୨ ହଜାର ୫୨୫ ଜଣ ସୁସ୍ଥ ଓ ୩,୩୪୮ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.