fbpx

ଦେଶରେ ୨୮୧୨ ଜଣଙ୍କ ମୃତ୍ୟୁ, ୩.୫୩ ଲକ୍ଷ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ, ୨୬ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୮୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୫୨ ହଜାର ୯୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୩ ଲକ୍ଷ ୧୩ ହଜାର ୧୬୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୧୩ ହଜାର ୬୫୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୪୩ ଲକ୍ଷ ୪ ହଜାର ୩୮୨ରେ ପହଞ୍ଚିଛି । ୧୪ କୋଟି ୯ ଲକ୍ଷ ୧୬ ହଜାର ୪୧୭ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.