fbpx

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୮୨ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: କରୋନା ମହାମାରୀର ମୁକାବିଲା ପାଇଁ ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଦେଶରେ କରୋନା ସଂକ୍ରମଣ କେତେବେଳେ ବଢ଼ୁଛି ତ କେତେବେଳେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୧ ହଜାର ୯୨୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୫ଲକ୍ଷ ୬୩ ହଜାର ୪୨୧କୁ ବୃଦ୍ଧି ପାଇଛି ।

ଏହା ବ୍ୟତୀତ ୨୪ ଘଣ୍ଟାରେ ୨୮୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହି କ୍ରମରେ ମୃତ୍ୟୁସଂଖ୍ୟା ୪ ଲକ୍ଷ ୪୬ ହଜାର ୫୦ରେ ପହଞ୍ଚିଛି । ସେହିପରି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧ ହଜାର ୬୪୦ ଥିବା ବେଳେ ୩ କୋଟି ୨୮ ଲକ୍ଷ ୧୫ ହଜାର ୭୩୧ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୮୩, ୩୯, ୯୦,୦୪୯ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.