fbpx

ଦେଶରେ ଆଜି ୨,୮୮୭ ସଂକ୍ରମିତଙ୍କ ପ୍ରାଣ ନେଲା କରୋନା

ନୂଆଦିଲ୍ଲୀ : ଦେଶରେ କରୋନାର ପ୍ରକୋପ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨ ହଜାର ୮୮୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ କୁ ବୃଦ୍ଧି ପାଇଛି । ଦିନକରେ ୧ ଲକ୍ଷ ୩୪ ହଜାର ୧୫୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୮୪ ଲକ୍ଷ ୪୧ ହଜାର ୯୮୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ଲକ୍ଷ ୧୩ ହଜାର ୪୧୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୬୩ ଲକ୍ଷ ୯୦ ହଜାର ୫୮୪ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୨ କୋଟି ୧୦ ଲକ୍ଷ ୪୩ ହଜାର ୬୯୩ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.