fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୯.୫୮ ଲକ୍ଷ, ସଂକ୍ରମଣ ଦୃଷ୍ଟିରୁ ଭାରତର ସ୍ଥାନ ଦ୍ୱିତୀୟ

ନୂଆଦିଲ୍ଲୀ, ୧୩ା୪ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୯ ଲକ୍ଷ ୫୮ ହଜାର ୨୪୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ କୋଟି ୭୨ ଲକ୍ଷ ୪୯ ହଜାର ୪୩କୁ ବୃଦ୍ଧି ପାଇଛି । ମୋଟ ୧୧ କୋଟି ୪ ଲକ୍ଷ ୨୭ ହଜାର ୨୬୪ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୩୮ ଲକ୍ଷ ୬୩ ହଜାର ୫୩୯ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୧ ଲକ୍ଷ ୩ ହଜାର ୮୧୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୮ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.