fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୯.୯୮ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୧୬ା୪ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୯ ଲକ୍ଷ ୯୮ ହଜାର ୮୪୩ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ କୋଟି ୯୬ ଲକ୍ଷ ୬୫ ହଜାର ୯୧୬କୁ ବୃଦ୍ଧି ପାଇଛି । ମୋଟ ୧୧ କୋଟି ୮୭ ଲକ୍ଷ ୧୫ ହଜାର ୪୦୧ଜଣ ସୁସ୍ଥ ହୋଇଛନ୍ତି । ୧ କୋଟି ୭୯ ଲକ୍ଷ ୧୪ ହଜାର ୫୬୯ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୧ ଲକ୍ଷ ୬ ହଜାର ୮୬୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୧ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୭୮ ହଜାର ୯୯୩ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.