fbpx
BJD SKY
BJD SKY

ରାଜ୍ୟରେ ପୁଣି ୨୯୭ ଜଣ ପଜିଟିଭ ଚିହ୍ନଟ , ଜାଣନ୍ତୁ କେଉଁଠୁ କେତେ

BJD

ଭୁବନେଶ୍ୱର, ୩୧ ।୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୨୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୪ ଓ ସ୍ଥାନୀୟ ଅଞ୍ଚଳରୁ ୧୨୩ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ହଜାର ୯୩୦ ରହିଥିବା ବେଳେ ୨୦୧୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.