ଭୁବନେଶ୍ୱର, ୧୨।୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୯ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନାରେ ୩୨୦ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।