fbpx

ଦୁଇ ଦିନ ବନ୍ଦ ରହିବ ରାଜ୍ୟର ଏହି ସହର

ନୟାଗଡ଼,୨୫ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ତେଣୁ ବିଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ସେହିପରି ନୟାଗଡ଼ ଜିଲ୍ଲାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ନୟାଗଡ଼ ଟାଉନକୁ ଦୁଇ ଦିନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ବାଣିକ ସଙ୍ଘ ସହ ଆଲୋଚନା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହିପର ପଦକ୍ଷେପ ଗ୍ରହଣ କରାଯାଇଛି । ସବୁ ଦୋକାନକୁ ପ୍ରଶାସନ ପକ୍ଷରୁ ସାନିଟାଇଜ କରାଯିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ।

 

Get real time updates directly on you device, subscribe now.