fbpx

ଆଜିଠୁ ଶ୍ରୀମନ୍ଦିରରେ ଦେବଦୀପାବଳି ନୀତି, ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ଠାରୁ ଶ୍ରୀମନ୍ଦିରରେ ଦେବଦୀପାବଳି ନୀତି ଆରମ୍ଭ । ମାର୍ଗଶୀର ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରୁ ୩ ଦିନ ବ୍ୟାପି ପାଳନ ହୋଇଥାଏ ଦେବ ଦୀପାବଳି ଉତ୍ସବ । ଏହି ୩ ଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଏହି ଅବସରରେ ଶ୍ରୀ ବିଗ୍ରହଙ୍କ ଶ୍ରାଦ୍ଧ ବେଶ ଅନୁଷ୍ଠିତ ହେବ । ଡିସେମ୍ବର ୧୨ରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସିଂହଦ୍ୱାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ଦୀପରେ ଝଲସିବ ବଡ଼ଦାଣ୍ଡ ।

Get real time updates directly on you device, subscribe now.