fbpx

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ ଘୂର୍ଣ୍ଣିବଳୟ,୩ ଦିନ ପ୍ରବଳ ଛେଚିବ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ତିନି ତିନୋଟି ଲଘୁଚାପ । ଉତ୍ତରପୂର୍ବ ଓ ତତସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇପାରେ । ସେହିଭଳି ଦକ୍ଷିଣ ଛତିଶଗଡ଼ ଏବଂ ଆନ୍ଧ୍ର ଉପକୂଳରେ ଆଉ ୨ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ । ୫ ତାରିଖରୁ ୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସହ ଅନ୍ୟ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କୋରାପୁଟ, ମାଲକାନଗିରି, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ୨ଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରାତ ହୋଇପାରେ ।

ସେହିପରି ୬ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ଜଗତସିଂହପୁର , ପୁରୀ ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କେନ୍ଦୁଝର, ମୟୁରଭଂଜ, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.