fbpx
BJD SKY
BJD SKY

ପଶ୍ଚିମାଝଡ଼ ପ୍ରଭାବରେ ଓଡ଼ିଶାରେ ୩ ଦିନ ବର୍ଷା

BJD

ଭୁବନେଶ୍ୱର: ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ଷା ସମୟରେ ରାଜ୍ୟରେ ତାତି ସହ ଗୁଳୁଗୁଳି ଅସ୍ତବ୍ୟସ୍ତ କରିବାର ମଧ୍ୟ ସମ୍ଭାବନା ରହିଛି । ଏପରିକି ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରୀ ରହିବ ବୋଲି ବିଭାଗ ସୂଚନା ଦେଇଛନ୍ତି ।

ଏବେ ଓଡ଼ିଶାକୁ ପୂର୍ବ ଦିଗରୁ ତରଙ୍ଗାୟିତ ଶୁଷ୍କ ଗରମ ପବନ ପ୍ରବେଶ କରୁଛି। ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ସ୍ବାଭାବିକ ଠାରୁ ୩ରୁ ୪ଡିଗ୍ରୀ ଉପରେ ରହିଛି ତାପମାତ୍ରା। ଏହାସହ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ଦିନରେ ଗୁଳୁଗୁଳି ଅନୁଭୁତ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ। ୩ଦିନ ପରେ ରାଜ୍ୟକୁ ଉତ୍ତର ଦିଗରୁ ଥଣ୍ଡା ବାୟୁ ପ୍ରବାହ ବଢିବ। ରାତି ତାପମାତ୍ରା ସ୍ବାଭାବିକ ଠାରୁ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିବ। ଫଳରେ କିଛି ଦିନ ପାଇଁ ରାଜ୍ୟକୁ ଶୀତ ଫେରିବ ବୋଲି ଆକଳନ କରାଯାଇଛି।

Get real time updates directly on you device, subscribe now.