fbpx

ରାଜ୍ୟରେ କରୋନାରେ ପୁଣି ୩ଟି ମୁଣ୍ଡ ଗଡ଼ିଲା: ଆକ୍ରାନ୍ତ ସଂଖ୍ୟା ୩ ହଜାର ଟପିଲା, ଆଜି ଚିହ୍ନଟ ହେଲେ ୩୧୦୮ ପଜିଟିଭ୍

ଭୁବନେଶ୍ୱର, ୧୬ା୪ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନକୁ ଦିନ ନୂଆ ସଂକ୍ରମିତଙ୍କ ଚିହ୍ନଟ ହେବା ପ୍ରଶାସନ ଓ ଜନସାଧାରଣଙ୍କୁ ଚିନ୍ତାରେ ପକାଇଛି । ଏହା ମଧ୍ୟରେ ଆଜି ପୁଣି ୩୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୦୬ ଓ ସ୍ଥାନୀୟ ଅଞ୍ଚଳରୁ ୧୩୦୨ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି । ମୃତକମାନେ ସମ୍ବଲପୁର, ବଲାଙ୍ଗିର ଓ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୧ ହଜାର ୪୫୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୪୨ ହଜାର ୫୭୦ ରହିଥିବା ବେଳେ ୧୬ ହଜାର ୮୮୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.