fbpx

+୩ ନାମଲେଖା ପାଇଁ ବଢ଼ିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ସମୟସୀମା

ଭୁବନେଶ୍ୱର : ରାଜ୍ୟରେ ଯୁକ୍ତ ୩ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି । ପୂର୍ବରୁ ଆବେଦନର ଶେଷ ତାରିଖ ଚଳିତ ମାସ ୨୬ ତାରିଖ ଥିବା ବେଳେ ଏହାକୁ ଆସନ୍ତା ସେପ୍ଟେମ୍ବର ମାସ ୨ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଥିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତିରେ କୁହାଯାଇଛି ।

ସୂଚନାଯୋଗ୍ୟ ରାଜ୍ୟର ୧ ହଜାର ୫୬ଟି ଡିଗ୍ରୀ କଲେଜରେ ଯୁକ୍ତ ତିନି ନାମଲେଖା ପାଇଁ ମୋଟ ୨ ଲକ୍ଷ ୭୪ ହଜାର ୧୫୧ଟି ସିଟ୍ ରହିଛି । ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୭୭ ହଜାର ୬୭୩ ଜଣ ନାମ ଲେଖାଇଥିବା ବେଳେ, ଆଉ ୯୬ ହଜାର ୪୭୮ଟି ସିଟ୍ ଖାଲି ପଡ଼ିଛି । ସିଟ୍ ପୂରଣ କରିବା ପାଇଁ ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।

Get real time updates directly on you device, subscribe now.