fbpx

ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ: ମହାପ୍ରଭୁଙ୍କର ହେବ ବନକଲାଗି ନୀତି

ପୁରୀ: ଆଜି ପୁରୀର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ୩ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ କରାଯାଇଛି । ୩ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ ନାହିଁ ଶ୍ରଦ୍ଧାଳୁ । ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରଖିବା ପାଇଁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ପରେ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହେବ । ତେଣୁ ଏହି ୩ ଘଣ୍ଟା ଶ୍ରଦ୍ଧାଳୁମାନଙ୍କ ଦର୍ଶନ ବ୍ୟବସ୍ଥା ପନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ ।

Get real time updates directly on you device, subscribe now.