fbpx

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୯ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩ କରୋନା  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ବାଲେଶ୍ୱରର ଏବଂ ସେମାନେ କଲିକତାରୁ ଫେରିଥିବା ନେଇ ଜଣାପଡିଛି। ସମସ୍ତ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୪୪,୬୧,୬୩ ରହିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରେ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୨୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ କରୋନାରେ ୮୫ଜଣ ସକ୍ରିୟ ରହିଛନ୍ତି ।

Get real time updates directly on you device, subscribe now.