fbpx

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୧ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଛି । ତିନି ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର, ମୟୁରଭଞ୍ଜ ଓ କଟକରେ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ନେଇ ଜଣାପଡ଼ିଛି । ଏହାସହ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଥିବା ବେଳେ ମୟୁରଭଞ୍ଜରେ ୯ ଓ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନେରେ ୩୦୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.