ଭୁବନେଶ୍ୱରରୁ ଆଜି ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ

0 64

ଭୁବନେଶ୍ୱର, ୨୧ା୯ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୦୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୩ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୫୦୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୮୮୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୯୪୨ ଜଣ ସୁସ୍ଥ ହୋଇଛନ୍ତି ଓ ୬୮ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୮୭୪ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

 

 

Leave A Reply

Your email address will not be published.