fbpx

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଆଜି ୩୦୮୭ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସଂକ୍ରମଣ ଅଧିକ ରହିଥିବା ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆଜି ପୁଣି ୩୦୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୨ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୨ ହଜାର ୮୮୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୪୦ ରହିଥିବା ବେଳେ ୩୧ ହଜାର ୨୩୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.