fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ୩୦୯ ପଜିଟିଭ୍, ଜାଣନ୍ତୁ ସୁସ୍ଥ କେତେ?

ଭୁବନେଶ୍ୱର,୮ ।୧୦(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୦୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୨୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪,୫୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୦,୮୮୮ ଜଣ ସୁସ୍ଥ ହୋଇଛନ୍ତି ଓ ୧୦୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩,୫୧୯ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.