fbpx

କରୋନାର ତାଣ୍ଡବ: ୩୧୨ ମୃତ, ଆକ୍ରାନ୍ତ ସଂଖ୍ୟା ୬୨ ହଜାର ଟପିଲା

ନୂଆଦିଲ୍ଲୀ, ୨୭ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୧ ହଜାର ୫୫୨କୁ ବୃଦ୍ଧି ପାଇଛି । ଦିନକରେ ୬୨ ହଜାର ୭୧୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୯ ଲକ୍ଷ ୭୧ ହଜାର ୬୨୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୬ ହଜାର ୩୧୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୩ ଲକ୍ଷ ୨୩ ହଜାର ୭୬୨ରେ ପହଞ୍ଚିଛି । ୬ କୋଟି ୨ ଲକ୍ଷ ୬୯ ହଜାର ୭୮୨ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.