fbpx

ଭୁବନେଶ୍ୱରରୁ ନୂଆ ୩୧୭ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୭ ।୯(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୧୭ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୨ ଓ ସ୍ଥାନୀୟ ଅଞ୍ଚଳରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୦,୮୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭,୧୭୬ ଜଣ ସୁସ୍ଥ ହୋଇଛନ୍ତି ଓ ୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୫୭୬ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.