fbpx

ରାଜ୍ୟରୁ ପୁଣି ବାହାରିଲେ ୩୧୮ ପଜିଟିଭ୍, ୩ ମୃତ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଆଜି ୩୧୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୬ ଓ ସ୍ଥାନୀୟ ଅଞ୍ଚଳରୁ ୧୩୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୪୬୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୮୫୦ ରହିଥିବା ବେଳେ ୩ ହଜାର ୨୦୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୫୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୩ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.