fbpx

ରାଜ୍ୟରେ ଆଜି ୩୧୯ ପଜିଟିଭ୍ ଚିହ୍ନଟ, ୪ ମୃତ

Advertisement

ଭୁବନେଶ୍ୱର,୨୨।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୧୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୬,୯୧୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୪୩କୁ ବୃଦ୍ଧି ପାଇଛି । ଭୁବନେଶ୍ୱର, ଯାଜପୁର, ପୁରୀ ଓ କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.