fbpx

ରାଜ୍ୟରୁ ଚିହ୍ନଟ ହେଲେ ୩୨ ଓମିକ୍ରନ ଆକ୍ରାନ୍ତ: ୨୦୨ ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସହ ବଢ଼ିବାରେ ଲାଗିଛି ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ରାଜ୍ୟରେ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨ରେ ପହଞ୍ôଚଲା ।

ତେବେ ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ ।

ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୨୯୩ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୪୫୬୩ ଲୋକାଲ କଣ୍ଟାକ୍ଟ ରହିଛନ୍ତି । ସେହିଭଳି ୧୮ ବର୍ଷ ମଧ୍ୟରେ ୧୦୨୧ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏପର୍ଯ୍ୟନ୍ତ ୧୧୨୨୭୩୫ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୦୫୨୩୯୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବର୍ତ୍ତମାନ ଆକ୍ଟିଭ କେସ୍ ରହିଛି ୬୧୮୦୯ ।

Get real time updates directly on you device, subscribe now.