fbpx

ରାଜ୍ୟରେ ଆଜି ୩୨୫ ପଜିଟିଭ୍ ଚିହ୍ନଟ, ୩ ମୃତ

Advertisement

ଭୁବନେଶ୍ୱର,୨୫।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୨୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୮୬୭ କୁ ବୃଦ୍ଧି ପାଇଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୨ ହଜାର ୯୭୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୫୩ କୁ ବୃଦ୍ଧି ପାଇଛି । ଭୁବନେଶ୍ୱର, ବାଲେଶ୍ୱର ଓ ଢେଙ୍କାନାଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.