fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ୩୨୬ ପଜିଟିଭ୍

ଭୁବନେଶ୍ୱର,୨୫ ।୯(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୦ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୯୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୦,୨୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୫୧୧ ଜଣ ସୁସ୍ଥ ହୋଇଛନ୍ତି ଓ ୮୦ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୬୧୨ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.