fbpx

ଭୁବନେଶ୍ୱରରୁ ପୁଣି ବାହାରିଲେ ପଜିଟିଭ, ଆଜି ୩୨୭ ନୂଆ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ପୁଣି ହ୍ରାସ ପାଇବାରେ ଲାଗିଛି । ଭୁବନେଶ୍ୱରରୁ ଆଜି ୩୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୭୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୪୬ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୯୪, ୬୦୦ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୯୨ ହଜାର ୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧,୧୬୪ ଜଣ ଚିକିତ୍ସିତ ହେଉଥିବା ବେଳେ ୫୫୨ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.