ଭୁବନେଶ୍ୱର, ୩ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୨୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୯ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୪୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୮୭୬ କୁ ବୃଦ୍ଧି ପାଇଛି ।
Update on newly detected #COVID19 cases in the last
24 hrs under the BMC area on 3rd Oct 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/fdHmvVFaYS— BMC (@bmcbbsr) October 3, 2020
ମୋଟ ୨୨ ହଜାର ୮୭୬ ପଜିଟିଭ ମଧ୍ୟରୁ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୯ ହଜାର୨୫୫ ଜଣ ସୁସ୍ଥ ଓ ୩,୫୦୨ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।