fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୩୩.୩୦ ଲକ୍ଷ ଟପିଲା

Advertisement

ନୂଆଦିଲ୍ଲୀ, ୧୨ା୫ (ଓଡିଶା ଭାସ୍କର): ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୩୩ ଲକ୍ଷ ୩୦ ହଜାର ୩୬୦ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୋଟି ୩ ଲକ୍ଷ ୭ ହଜାର ୩୩୧କୁ ବୃଦ୍ଧି ପାଇଛି । ମୋଟ ୧୩ କୋଟି ୮୦ ଲକ୍ଷ ୪୬ ହଜାର ୨୩୪ ଜଣ ସୁସ୍ଥ ହୋଇଛନ୍ତି ।

୧ କୋଟି ୮୯ ଲକ୍ଷ ୩୩ ହଜାର ୮୪୨ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୧ ଲକ୍ଷ ୬ ହଜାର ୨୭୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୦ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୯୬ ହଜାର ୯୪୬ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଛି ।

Get real time updates directly on you device, subscribe now.