fbpx

ଭୁବନେଶ୍ୱରରୁ ଆଜି ଆଉ ୩୩୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୬ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ପ୍ରତିଦିନ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୩୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୯୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୮୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୮୨୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୧୧ ଜଣ ସୁସ୍ଥ ହୋଇଛନ୍ତି ଓ ୩୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୩୦୬ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.