ଭୁବନେଶ୍ୱର,୨୬।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୦ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୨୦୧ କୁ ବୃଦ୍ଧି ପାଇଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୩ ହଜାର ୩୭୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 25th December
New Positive Cases: 334
In quarantine: 194
Local contacts: 140(Details of local contacts will be shared by concerned District Administration)
District Wise Cases:
1. Angul: 23
2. Balasore: 18
3. Bargarh: 10
4. Bhadrak: 10
5. Balangir: 27— I & PR Department, Odisha (@IPR_Odisha) December 26, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୫୭ କୁ ବୃଦ୍ଧି ପାଇଛି । ଭୁବନେଶ୍ୱର, ବାଲେଶ୍ୱର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Nuapada: 13
24. Puri: 1
25. Rayagada: 9
26. Sambalpur: 30
27. Sonepur: 1
28. Sundargarh: 40
29. State Pool: 7New recoveries: 406
Cumulative tested: 6799952
Positive: 328201
Recovered: 323378
Active cases: 2913— I & PR Department, Odisha (@IPR_Odisha) December 26, 2020